ଭୁବନେଶ୍ବର: ‘‘ପ୍ରଥମ ଥର ବିଶ୍ବ ଚାମ୍ପିଅନସିପ୍ ଖେଳିବାକୁ ଯାଉଥିବାରୁ ବେଶ୍ ଉତ୍ସାହିତ ଅଛୁ। ଭାରତରୁ ମନୋନୀତ ହୋଇଥିବା ମାତ୍ର ଦୁଇଟି ମହିଳା ଯୁଗଳ ଯୋଡ଼ି ମଧ୍ୟରେ ଥିବାରୁ ଗର୍ବ ବି ଲାଗୁଛି। ତେବେ ଏହା ଏକ ବିଶ୍ବସ୍ତରୀୟ ପ୍ରତିଯୋଗିତା ହୋଇଥିବାରୁ ଆରମ୍ଭରୁ ଆମ ଅଭିଯାନ ଆହ୍ବାନଭରା ହେବ ବୋଲି ଆଶା କରୁଛୁ। ତଥାପି ନିଜର ଶ୍ରେଷ୍ଠ ଦେଇ ଦେଶ ପାଇଁ ପଦକ ଜିତିବାକୁ ନିଶ୍ଚିତ ଭାବେ ଆପ୍ରାଣ ଉଦ୍ୟମ କରିବୁ। ଉଭୟ ଉଭୟଙ୍କ ଶକ୍ତି ଓ ସାମର୍ଥ୍ୟକୁ ବୁଝି ଉତ୍ତମ ବୁଝାମଣା ଓ ସମନ୍ବୟର ସହ ଖେଳିଲେ ଏହି ଲକ୍ଷ୍ୟ ପୂରଣ କରିବା ଅସମ୍ଭବ ନୁହେଁ ବୋଲି ଭାବୁଛୁ’’। ଫ୍ରାନ୍ସର ପ୍ୟାରିସ୍ଠାରେ ଚଳିତ ଅଗଷ୍ଟ ୨୫ରୁ ୩୧ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଯାଉଥିବା ବିଡବ୍ଲ୍ୟୁଏଫ୍ ବିଶ୍ବ ବ୍ୟାଡମିଣ୍ଟନ୍ ଚାମ୍ପିଅନସିପ୍ ଖେଳିବାକୁ ଆମନ୍ତ୍ରିତ ହୋଇଥିବା ରାଜ୍ୟର ସଫଳତମ ମହିଳା ବ୍ୟାଡ୍ମିଣ୍ଟନ୍ ଯୋଡ଼ି ତଥା ଦୁଇ ଭଉଣୀ ଋତାପର୍ଣ୍ଣା ଓ ଶ୍ବେତାପର୍ଣ୍ଣା ପଣ୍ଡା ‘ସମ୍ବାଦ’କୁ ସ୍ବତନ୍ତ୍ର ସାକ୍ଷାତକାର ଦେଇ ଏହା କହିଛନ୍ତି। କିଟ୍ ବିଶ୍ବବିଦ୍ୟାଳୟରେ ପାଠପଢ଼ୁଥିବା ଋତାପର୍ଣ୍ଣା ଓ ଶ୍ବେତାପର୍ଣ୍ଣା ବିଭିନ୍ନ ଜାତୀୟ ଓ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ତଥା ଅନ୍ୟାନ୍ୟ ଆବଶ୍ୟକତା ପାଇଁ ଏହି ବିଶ୍ବବିଦ୍ୟାଳୟ ତଥା ରାଜ୍ୟ ସରକାର ଦେଇ ଆସୁଥିବା ସମର୍ଥନ ଓ ସହଯୋଗ ଲାଗି କୃତଜ୍ଞତା ଜ୍ଞାପନ କରିଛନ୍ତି। ତେବେ ଏହି ସହାୟତା ଯଦି ଆଉ ଟିକିଏ ସମୟୋପଯୋଗୀ ହୋଇପାରନ୍ତା, ତାହେଲେ ସେମାନେ ଅଧିକ ଉପକୃତ ହୋଇପାରନ୍ତେ ବୋଲି ମତ ରଖିଛନ୍ତି। ସେହିଭଳି ରୢାଙ୍କିଙ୍ଗ୍ ଭିତରେ ବିଶ୍ବ ଚାମ୍ପିଅନସିପ୍ ଖେଳିବାକୁ ଯାଉଥିବାରୁ ଏବଂ ଜାତୀୟ ପ୍ରଶିକ୍ଷଣ ଶିବିରରୁ ବଛା ହୋଇ ନଥିବାରୁ ଭାରତ ସରକାର ସେମାନଙ୍କ ଗସ୍ତ ଖର୍ଚ୍ଚ ବହନ କରିବାର ସମ୍ଭାବନା କମ୍ ରହିଛି। ସେଥିପାଇଁ ନିଜ ଖର୍ଚ୍ଚରେ ଦୁଇ ଜଣ ଯାକ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ଏକପ୍ରକାର ବାଧ୍ୟ ହୋଇଛନ୍ତି। ଏଣୁ ପ୍ୟାରିସ୍ ଯିବା ପାଇଁ ଉଭୟ ସହାୟତା ଲାଗି ରାଜ୍ୟ ସରକାରଙ୍କୁ ନିବେଦନ କରିଛନ୍ତି।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
ଖେଳ
ବିଶ୍ବ ଚାମ୍ପିଅନ୍ସିପ୍ ପଦକ ଆଶାରେ ପଣ୍ଡା ଭଉଣୀ: ପ୍ୟାରିସ୍ ଗସ୍ତ ପାଇଁ ଲୋଡ଼ିଲେ ସରକାରଙ୍କ ସହାୟତା
- 07-08-25
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam