ଭୁବନେଶ୍ବର: ଚଳିତ ବର୍ଷ ଝାରପଡ଼ାରେ ଦୁର୍ଗାପୂଜା ହେବ କି ନାହିଁ ଆଜି ହାଇକୋର୍ଟ ନିଷ୍ପତ୍ତି ନେବେ। ଏହାକୁ ନେଇ ଝାରପଡ଼ା ଗାଁ ମଧ୍ୟରେ ବିବାଦ ତେଜିଛି। ଦୁଇପକ୍ଷର ଗଣ୍ଡଗୋଳ ଫଳରେ ୧୪ ବର୍ଷ ଧରି ଚାଲିଥିବା ଦୁର୍ଗାପୂଜା ଚଳିତବର୍ଷ ବନ୍ଦ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଥିବାରୁ ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ସୂଚନା ଅନୁସାରେ ୨୦୧୧ ମସିହାରେ ପ୍ରଥମ କରି ଝାରପଡ଼ାରେ ଗାଁ ଲୋକଙ୍କ ଦ୍ବାରା ଦୁର୍ଗାପୂଜା ଆରମ୍ଭ ହୋଇଥିଲା। ଏହାପରେ ୧୪ ବର୍ଷ ଧରି ସୁରୁଖୁରରେ ପୂଜା ହୋଇ ଆସୁଥିଲା। ପୂଜା ସହିତ ପେଣ୍ଡାଲ, ମେଢ଼, ଆକର୍ଷଣୀୟ ତୋରଣ ଓ ସାଜସଜ୍ଜା ପାଇଁ ଝାରପଡ଼ା ପୂଜାମଣ୍ଡପ ସାଧାରଣ ଲୋକଙ୍କୁ ଆକର୍ଷିତ କରୁଥିଲା। ପ୍ରତି ବର୍ଷ ମଧ୍ୟ ବିଭିନ୍ନ କ୍ଷେତ୍ରରେ ଝାରପଡ଼ା ଦୁର୍ଗାପୂଜା ମଣ୍ଡପ ପୁରସ୍କୃତ ହୋଇଆସୁଥିଲା। କିନ୍ତୁ ପୂଜା କମିଟି ସଦସ୍ୟଙ୍କ ମଧ୍ୟରେ ବିବାଦ ଏବେ ଝାରପଡ଼ା ଦୁର୍ଗାପୂଜାକୁ ନେଇ ସଂଶୟ ସୃଷ୍ଟି କରିଛି। ଗତବର୍ଷ ଦୁର୍ଗାପୂଜା ପୂର୍ବରୁ ଦୁର୍ଗାପୂଜା କମିଟିର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ବିଭିନ୍ନ କାରଣରୁ ସଦସ୍ୟଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଝାରପଡ଼ା ଗାଁ’ର କିଛି ଲୋକ ଝାରପଡ଼ା ଦୁର୍ଗାପୂଜା କମିଟି ଉପରେ ଅର୍ଥ ଅନିୟମିତତା ଅଭିଯୋଗ ଆଣି ହୋହଲ୍ଲା କରିଥିଲେ। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ଗତ ନଭେମ୍ବର ମାସରେ କମିଟିର କଲ୍ୟାଣମଣ୍ଡପରେ ଏକ ବିବାହ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଗାଁର କିଛି ଯୁବକ ସେଠାକୁ ଯାଇ ବାଉଁଶ ଉପାଡ଼ି ଦେଇଥିଲେ। ବିବାହମଣ୍ଡପର ଟଙ୍କା କେଉଁଠି ଖର୍ଚ୍ଚ ହେଉଛି ତାହାର ବିବରଣୀ ଦିଆଯାଉ ନଥିବା ଅଭିଯୋଗ କରିଥିଲେ। ଏହାକୁ ନେଇ ଦୁଇଗୋଷ୍ଠୀ ମଧ୍ୟରେ ବିବାଦ ଉପୁଜିଥିଲା। ବଡ଼ ଗଣ୍ଡଗୋଳର ଆଶଙ୍କା କରି ପୁଲିସ ସେଠାରେ ଭାରତୀୟ ନାଗରିକ ସୁରକ୍ଷା ସଂହିତାର ଧାରା ୧୬୩ ଲଗାଇଥିଲା। ଏହାପରଠାରୁ ସେଠାରେ ୧୬୩ ଧାରା ବଳବତ୍ତର ରହିଛି।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
ଅପରାଧ
ଝାରପଡ଼ା ଦୁର୍ଗାପୂଜା: ବନ୍ଦ ଆଶଙ୍କାରେ ତେଜୁଛି ଅସନ୍ତୋଷ, ଆଜି ନିଷ୍ପତ୍ତି ନେବେ ହାଇକୋର୍ଟ
- 26-08-25
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam