ନୂଆଦିଲ୍ଲୀ: ସେପ୍ଟେମ୍ବର ୯ରେ ଉପରାଷ୍ଟ୍ରପତି ପଦ ପାଇଁ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ ଏବଂ ଇଣ୍ଡି ମେଣ୍ଟର ପ୍ରାର୍ଥୀ ସୁଦର୍ଶନ ରେଡ୍ଡୀଙ୍କ ମଧ୍ୟରେ ପ୍ରତିଦ୍ବନ୍ଦ୍ବିତା ହେବ। ଏଥିପାଇଁ ସଂସଦର ଦୁଇ ସଦନର ୭୮୨ ସଦସ୍ୟ ଏବଂ ମନୋନୀତ ସଦସ୍ୟମାନେ ମତଦାନ କରିବେ। ଜିତିବାକୁ ଜଣେ ପ୍ରାର୍ଥୀଙ୍କୁ ୩୯୨ ଭୋଟର ଆବଶ୍ୟକତା ଥିବାବେଳେ ଏନ୍ଡିଏ ନିକଟରେ ୪୨୫ ସଦସ୍ୟଙ୍କ ସମର୍ଥନ ରହିଛି। ତେବେ ତାଙ୍କ ପ୍ରାର୍ଥୀଙ୍କ ବିଜୟ ସୁନିଶ୍ଚିତ କରିବାକୁ ଏନ୍ଡିଏ ପକ୍ଷରୁ ଏବେଠୁ କୌଶଳ ଆରମ୍ଭ ହୋଇଛି। ବିଭିନ୍ନ ରାଜ୍ୟର ସାଂସଦ ଯେପରି ନିର୍ବାଚନ ଦିନ ସଂସଦରେ ଉପସ୍ଥିତ ରହି ମତଦାନ କରିବେ ସେଥପାଇଁ କେନ୍ଦ୍ରମନ୍ତ୍ରୀ ଏବଂ କେତେକ ସାଂସଦଙ୍କୁ ଦାୟିତ୍ବ ଦିଆଯାଇଛି ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି। ଏହାସହିତ ଆଉ ଏକ ଆକର୍ଷଣ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ବାରା ପୂର୍ବ ରାତି ଅର୍ଥାତ୍ ସେପ୍ଟେମ୍ବର ୮ରେ ଏକ ନୈଶ ଭୋଜିର ଆୟୋଜନ କରାଯିବ। ଏଥିରେ ଏନ୍ଡିଏର ସମସ୍ତ ସାଂସଦଙ୍କୁ ଯୋଗ ଦେବାକୁ କୁହାଯାଇଛି। ଭୋଟ କେମିତି ଦେବେ ସେ ନେଇ ସାଂସଦଙ୍କୁ ପ୍ରଶିକ୍ଷଣ ଦେବାକୁ ତିନିଦିନିଆ କର୍ମଶାଳାର ଆୟୋଜନ କରାଯିବ। ବାଲଟ୍ରେ ସଠିକ ଭାବେ ଚିହ୍ନ ଦେବା ଏବଂ ନିର୍ବାଚନ ଆୟୋଗ ଦେଇଥିବା କଲମ ବ୍ୟବହାର କରିବାକୁ ଏନ୍ଡିଏ ସାଂସଦଙ୍କୁ ପ୍ରଶିକ୍ଷଣ ଦିଆଯିବ। ଯେପରିକି ନିର୍ବାଚନରେ ଖଣ୍ଡିଏ ବି ଭୋଟ ନାକଚ ନହୁଏ ସେନେଇ ପ୍ରଶିକ୍ଷଣରେ ଗୁରୁତ୍ବ ଦିଆଯିବ। କ୍ରସ୍ ଭୋଟିଂ ଏବଂ ଭୋଟ ନାକଚ ନହେବାକୁ ଏନ୍ଡିଏ ପକ୍ଷରୁ ଗୁରୁତ୍ବ ଦିଆଯାଉଛି। ଏହାସହିତ ଏନ୍ଡିଏ ପକ୍ଷରୁ ଅଧିକ ସମର୍ଥନ ଯୋଗାଡ଼ ପାଇଁ ପ୍ରୟାସ ଚାଲିଛି। ଜଗନଙ୍କ ୱାଇଏସ୍ଆର୍ କଂଗ୍ରେସ ପକ୍ଷରୁ ପୂର୍ବରୁ ଏନ୍ଡିଏକୁ ସମର୍ଥନ ଘୋଷଣା କରାଯାଇଛି। ଏହାର ୧୧ ସାଂସଦଙ୍କୁ ମିଶାଇଲେ ଏନ୍ଡିଏ ଶକ୍ତି ୪୨୫-୪୩୪କୁ ବୃଦ୍ଧି ପାଇବ। ବିଜୁ ଜନତା ଦଳକୁ ନିଜ ପକ୍ଷକୁ ନେବାକୁ ଏନ୍ଡିଏ ପକ୍ଷରୁ ପ୍ରୟାସ ଚାଲିଛି। ବିଜେଡିର ୭ ରାଜ୍ୟସଭା ସାଂସଦ ଅଛନ୍ତି। ବିଆର୍ଏସ୍ଠାରୁ ଉଭୟ ଏନ୍ଡିଏ ଏବଂ ଇଣ୍ଡି ମେଣ୍ଟ ସମର୍ଥନ ଲୋଡ଼ିଛନ୍ତି। ଏନ୍ଡିଏ ନିକଟରେ ବର୍ତ୍ତମାନ ୫୫ % ଭୋଟ ଥିବାବେଳେ ଏହାକୁ ୬୦ ପ୍ରତିଶତ ପର୍ଯ୍ୟନ୍ତ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି। ୨୦୨୨ରେ ଏନ୍ଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼ ସର୍ବାଧିକ ୭୪.୪ ପ୍ରତିଶତ ଭୋଟ ପାଇ ବିଜୟୀ ହୋଇଥିଲେ ଯାହାକି ଏକ ରେକର୍ଡ।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
ରାଜନୀତି
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଏନ୍ଡିଏର କୌଶଳ: ସାଂସଦଙ୍କୁ ୮ରେ ନୈଶ ଭୋଜି ଦେବେ ପ୍ରଧାନମନ୍ତ୍ରୀ
- 02-09-25
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam