ନୂଆଦିଲ୍ଲୀ/କଟକ: ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାରେ ପୂର୍ବତନ ମନ୍ତ୍ରୀ ପ୍ରତାପ କୁମାର ଜେନା ଜବାବ ଦାଖଲପାଇଁ ସୁପ୍ରିମକୋର୍ଟ ଦୁଇ ସପ୍ତାହ ସମୟ ମାଗିଛନ୍ତି। ହାଇକୋର୍ଟରୁ କ୍ଲିନ୍ଚିଟ୍ ପାଇବା ପରେ ସୁପ୍ରିମକୋର୍ଟରେ କିନ୍ତୁ ତାଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି ହୋଇଛି।ସୂଚନାଯୋଗ୍ୟ, ପୂର୍ବତନ ମନ୍ତ୍ରୀ ପ୍ରତାପ କୁମାର ଜେନାଙ୍କ ବିରୋଧରେ ନିମ୍ନ ଅଦାଲତରେ ବିଚାରାଧୀନ ମାମଲାକୁ ରଦ୍ଦ କରି ହାଇକୋର୍ଟ ୨୦୨୪, ଅକ୍ଟୋବର ୧ରେ ପ୍ରଦାନ କରିଥିବା ରାୟକୁ ଚାଲେଞ୍ଜ କରି ରଣଜିତ ବରାଳ ଦାଏର କରିଥିବା ମାମଲାକୁ ସୁପ୍ରିମକୋର୍ଟ ବିଚାର ପାଇଁ ଗ୍ରହଣ କରିଥିଲେ। ଶ୍ରୀ ଜେନାଙ୍କ ତରଫରୁ ପୂର୍ବରୁ ସୁପ୍ରିମକୋର୍ଟରେ କାଭିଏଟ୍ ଦାଏର କରାଯାଇଥିଲା। ସୁପ୍ରିମକୋର୍ଟରେ ଶ୍ରୀ ବରାଳଙ୍କ ଆବେଦନ ଶୁଣାଣି ସମୟରେ ଶ୍ରୀ ଜେନାଙ୍କ ଆଇନଜୀବୀ ଉପସ୍ଥିତ ରହି ପକ୍ଷ ରଖିଥିଲେ। ଉଭୟ ପକ୍ଷଙ୍କୁ ଶୁଣିବା ପରେ ସୁପ୍ରିମକୋର୍ଟ ଓଡ଼ିଶା ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି। ଏଥିସହ ମାମଲାର ପ୍ରତିପକ୍ଷ ରାଜ୍ୟ ସରକାର ଓ ଶ୍ରୀ ଜେନାଙ୍କୁ ସତ୍ୟପାଠ ଜରିଆରେ ଜବାବ ଦାଖଲ ପାଇଁ କହିଛନ୍ତି। ଏଥିସହିତ ଏହି ଘଟଣାରେ ଦୌରା ଅଦାଲତ ଓ ମାଜିଷ୍ଟ୍ରେଟ୍ଙ୍କ ଅଦାଲତରେ ସାକ୍ଷୀଙ୍କ ଯେଉଁ ବୟାନ ରେକର୍ଡ କରାଯାଇଥିଲା ସେ ସଂପର୍କିତ ନଥିପତ୍ର ଦାଖଲ କରିବାକୁ ପ୍ରତିପକ୍ଷଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଜଷ୍ଟିସ୍ ବିକ୍ରମ ନାଥ ଓ ଜଷ୍ଟିସ୍ ସନ୍ଦୀପ ମେହଟାଙ୍କୁ ନେଇ ଗଠିତ ଖଣ୍ଡପୀଠ ଶ୍ରୀ ବରାଳଙ୍କ ଆବେଦନର ଶୁଣାଣି କରି ଏହି ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଶ୍ରୀ ଜେନାଙ୍କ ବିରୋଧରେ ସାଲେପୁର ଜେଏମ୍ଏଫ୍ସି ଅଦାଲତ ଆଇପିସିର ଦଫା ୩୦୨, ୧୨୦-ବି, ୫୦୬ରେ କଗନିଜାନ୍ସ ଗ୍ରହଣ କରି ୨୦୨୩, ସେପ୍ଟେମ୍ବର ୨୫ରେ ପ୍ରଦାନ କରିଥିବା ନିର୍ଦ୍ଦେଶକୁ ହାଇକୋର୍ଟ ୨୦୨୪, ଅକ୍ଟୋବର ୧ରେ ରଦ୍ଦ କରିଥିଲେ। ନିମ୍ନ ଅଦାଲତରେ ଶ୍ରୀ ଜେନାଙ୍କ ବିରୋଧରେ ବିଚାରାଧୀନ ଫୌଜଦାରୀ ମାମଲାକୁ ମଧ୍ୟ ହାଇକୋର୍ଟ ଖାରଜ କରିଥିଲେ।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
ରାଜନୀତି
ମାହାଙ୍ଗା ଡବଲ ମର୍ଡର ମାମଲା: ଜବାବ ଦାଖଲ ପାଇଁ ସୁପ୍ରିମକୋର୍ଟଙ୍କୁ ଦୁଇ ସପ୍ତାହ ସମୟ ମାଗିଲେ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା
- 19-09-25
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam