ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ପୁଲିସ କବଜାରେ ମୁଖ୍ୟ ସାର୍ପସୁଟର ଚିଣ୍ଟୁ। ପୁଲିସ ତାକୁ ଅଟକ ରଖିଥିବା ସୂଚନା ରହିଛି। ମୁଖ୍ୟ ସାର୍ପସୁଟର ଚିଣ୍ଟୁକୁ ବେଙ୍ଗାଲୁରୁରୁ ଉଠାଇ ଆଣିଲା ପୁଲିସ। ହତ୍ୟାକାଣ୍ଡରେ ବ୍ୟବହୃତ ବନ୍ଧୁକ ବି ଜବତ ହୋଇଛି। ଏଣେ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ପୂର୍ବତନ ବିଧାୟକ ତଥା ଜିଲ୍ଲା ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କୁ ପଚରାଉଚରା କରିଛି। ଗତକାଲି ଏକ ଆର୍ଥିକ ଦେଣନେଣ ପ୍ରସଙ୍ଗରେ ପଚରାଉଚରା କରିବା ପାଇଁ ପୁଲିସ ତାଙ୍କୁ ଡାକିଥିଲା। ସବିଶେଷ ସୂଚନା ଅନୁଯାୟୀ ପୁଲିସର ଏକ ସ୍ୱତନ୍ତ୍ର ଟିମ୍ ତାଙ୍କୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଜେରା କରିଛି। ହତ୍ୟା ମାମଲାରେ ପୂର୍ବରୁ ଜଣେ କର୍ପୋରେଟର୍, ବରିଷ୍ଠ ନେତାଙ୍କ ସହ ୧୨ ଜଣଙ୍କୁ ଅଟକ ରଖି ପୁଲିସ ତଦନ୍ତ କରୁଥିଲେ ସୁଦ୍ଧା ଏହି ହାଇପ୍ରୋଫାଇଲ୍ ହତ୍ୟାକାଣ୍ଡର ରହସ୍ୟ ଏ ଯାଏଁ ଭେଦି ପାରିନାହିଁ। ଏହାରି ଭିତରେ ପୂର୍ବତନ ବିଧାୟକ ଶ୍ରୀ ପଣ୍ଡାଙ୍କୁ ପୁଲିସର ପଚରାଉଚୁରା ଚର୍ଚ୍ଚାର ବିଷୟ ହୋଇଛି। ସୂଚନାଯୋଗ୍ୟ, ମଙ୍ଗଳବାର ସକାଳେ ଦକ୍ଷିଣାଞ୍ଚଳ ପୁଲିସ ଆଇଜି ନିତିଶେଖର ଏହି ମାମଲାର ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା କହିଥିଲେ।ଅନ୍ୟପକ୍ଷରେ ହତ୍ୟାକାଣ୍ଡ ପରଠାରୁ ଫେରାର ଥିବା ଜଣେ ଯୁବକକୁ ଗତକାଲି ବ୍ରହ୍ମପୁର ପୁଲିସ ପୁରୀରୁ ଧରିଛି। ହତ୍ୟାକାଣ୍ଡରେ ତାର ସମ୍ପୃକ୍ତି ନେଇ ପୁଲିସକୁ ସୁରାକ ମିଳିଛି। ଜଣେ ବରିଷ୍ଠ ଅଧିକାରୀଙ୍କ ନେତୃତ୍ୱରେ ଏକ ଟିମ୍ ଗତକାଲିଠାରୁ ତାକୁ ଧରିବାକୁ ପୁରୀରେ ଡେରା ପକାଇଥିଲେ। ଆଜି ସନ୍ଧ୍ୟାରେ ଲୋକେସନ୍ ଟ୍ରାକ୍ କରି ସମୁଦ୍ରକୂଳ ଅଞ୍ଚଳରୁ ପୁଲିସ ଟିମ୍ ତାକୁ ଧରିବା ସହ ସମୁଦ୍ର ବାଲିରେ ସେ ଲୁଚାଇଥିବା ବନ୍ଧୁକକୁ ଜବତ କରିଛି। ତେବେ ପୁଲିସ ଏ ସମ୍ପର୍କରେ ମୁହଁ ଖୋଲିନାହିଁ। ଯାହା ଜଣାପଡ଼ିଛି ପୀତବାସ ହତ୍ୟା ମାମଲାର ରହସ୍ୟ ଖୁବ୍ଶୀଘ୍ର ଉନ୍ମୋଚନ ହେବ। ଦିନେ ଦୁଇଦିନ ପରେ ପୁଲିସ ପ୍ରେସ୍ ମିଟ୍ କରିପାରେ। ଗଣମାଧ୍ୟମକୁ ଦକ୍ଷିଣାଞ୍ଚଳ ପୁଲିସ ଆଇଜିଙ୍କ ପ୍ରତିକ୍ରିୟା ପରେ ଏଭଳି ଆଶା ଉଦ୍ରେକ ହୋଇଛି। ବାଲିଘାଟ, ଜମି ଓ ସୁଧ କାରବାରଠାରୁ ନେଇ ପୀତବାସଙ୍କ ବୃତ୍ତିଗତ ଓ ରାଜନୈତିକ ଶତ୍ରୁତା ଦିଗରେ ପୁଲିସ ତନ୍ନ ତନ୍ନ କରି ଯାଞ୍ଚ କରିଛି। ୧୫ ଦିନରେ ୮୦ରୁ ଅଧିକ ଲୋକଙ୍କୁ ଜେରା କରିବା ସହ ୫୦୦ରୁ ଅଧିକ ସିସିଟିଭି ଫୁଟେଜ୍, ମୃତକଙ୍କ ସିଡିଆର୍ ତନଖି କରିବା ପରେ ପୁଲିସ କିଛି ସୁରାକ ପାଇଥିଲା। ଗତ ସପ୍ତାହେ ଧରି ପୁଲିସ ହତ୍ୟାକାରୀଙ୍କୁ ଚିହ୍ନଟ କରିବା ସହ ବିଭିନ୍ନ ରାଜ୍ୟରୁ କେତେକଙ୍କୁ ଉଠାଇ ଆଣି ଜେରା କରିଛି। ସେମାନଙ୍କ ମଧ୍ୟରେ ସହରର ଜଣେ ଚର୍ଚ୍ଚିତ ନେତା, ଜଣେ କର୍ପୋରେଟର ଓ ଜଣେ ଛାତ୍ରନେତା ବି ରହିଛନ୍ତି। ଯାହା ରାଜନୈତିକ ଦିଗକୁ ଇଙ୍ଗିତ କରୁଛି। ତେବେ ପୁଲିସ ଏ ନେଇ କିଛି ସ୍ପଷ୍ଟ କରୁନଥିବାରୁ ସେମାନଙ୍କୁ କେବଳ ଜେରା କରାଯାଉଛି ନା ଗିରଫ ଦର୍ଶାଯିବ, ତାହା ଏବେ ବି ରହସ୍ୟାବୃତ ହୋଇ ରହିଛି। ଆଜି ସହିଦ ଦିବସ ପାଳନ ଅବସରରେ ଆଇଜି ନିତିଶେଖରଙ୍କୁ ଗଣମାଧ୍ୟମ ପ୍ରତିନିଧି ପୀତବାସ ହତ୍ୟାକାଣ୍ଡ ନେଇ ଗୁଡ଼େଇ ତୁଡ଼େଇ ପ୍ରଶ୍ନ କରିଥିଲେ। ପୁଲିସର ତଦନ୍ତ କେତେବାଟ ଗଲା? କେତେ ଜଣ ପୁଲିସ କବଜାରେ ଅଛନ୍ତି? ମାଷ୍ଟରମାଇଣ୍ଡ ପାଖରେ ପୁଲିସ ପହଞ୍ଚିଲାଣି ନା ନାହିଁ? ଏପରି ଅନେକ ପ୍ରଶ୍ନରେ ଆଇଜି କହିଛନ୍ତି, ପୁଲିସ ସମସ୍ତ ଅଭିଯୁକ୍ତଙ୍କ ପାଖରେ ପହଞ୍ଚିଛି। ବର୍ତ୍ତମାନ ତଦନ୍ତ ଶେଷ ପର୍ଯ୍ୟାୟରେ ରହିଛି। କିଛି ନୂଆ ଲିଙ୍କ୍ ମିଳୁଥିବାରୁ ସେ ନେଇ ତଦନ୍ତ ଚାଲିଛି। ଦିନେ ଦୁଇଦିନ ଭିତରେ ପୁଲିସ ଏ ସଂକ୍ରାନ୍ତରେ ସମସ୍ତ ସୂଚନା ଦେବ।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam