Breaking News
ରାଜନୀତି

ବିଧାନସଭାରେ ବିଜେଡି ବିଧାୟକଙ୍କୁ କଡ଼ା ଜବାବ ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ

ବିଧାନସଭାରେ ବିଜେଡି ବିଧାୟକଙ୍କୁ କଡ଼ା ଜବାବ ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ

ଭୁବନେଶ୍ବର: ବିଧାନସଭାରେ ମୁହାଁମୁହିଁ ହେଲେ ବର୍ତ୍ତମାନର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଓ ଆଉ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ। ନିଜର ନିର୍ବାଚନମଣ୍ଡଳୀରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ମୁହାଁମୁହିଁ ହୋଇଛନ୍ତି ଦୁଇ ବରିଷ୍ଠ ନେତା। ଆଜି ବିଧାନସଭା ପ୍ରଶ୍ନକାଳରେ ବିଜେଡି ବିଧାୟକ ନିରଞ୍ଜନ ପୂଜାରୀ କହିଥିଲେ ସୋନପୁରରେ DHH(ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ)ର ନିର୍ମାଣ ଶୈଳୀ ଦେଶର ଦ୍ଵିତୀୟ ସ୍ଥାନରେ ରହିଛି, କିନ୍ତୁ ଡାକ୍ତର ନାହାନ୍ତି। ମନ୍ତ୍ରୀ ତାଙ୍କ ଏରିଆକୁ ଭଲ ଡାକ୍ତର ବଦଳି କରି ନେଇଯାଉଛନ୍ତି। ଯେଉଁ କାରଣରୁ ଅନେକ ରୋଗୀ ଚିକିତ୍ସା ପାଇବାରୁ ବଞ୍ଚିତ ହେଉଛନ୍ତି। ଏହାର ଜବାବରେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ କହିଥିଲେ, ବିଜେଡି ସରକାର ୨୪ ବର୍ଷ ଧରି କ୍ଷମତାରେ ଥିବାବେଳେ ବିଜେପି ଏବେ ଉତ୍ତରାଧିକାରୀ ସୂତ୍ରରେ ସବୁ ସମସ୍ୟା ପାଇଛି। ପୂର୍ବ ସରକାରରେ ନିରଞ୍ଜନ ପୂଜାରୀ ନିଜେ ସ୍ବାସ୍ଥ୍ୟମନ୍ତ୍ରୀ ଥିଲେ। ରାଜ୍ୟରେ ମୋହନ ସରକାର ଆସିବାକୁ ମାତ୍ର ଦେଢ଼ ବର୍ଷ ହୋଇଛି। ଆଉ ଦେଢ଼ ବର୍ଷ ଭିତରେ ସ୍ପେସିଆଲିଷ୍ଟ ଡାକ୍ତର ତିଆରି ହୋଇପାରିବେ ନାହିଁ। ଏହାସତ୍ତ୍ୱେ ବର୍ତ୍ତମାନ ସୁଦ୍ଧା ୫ ହଜାର ୧୯୫ ମେଡିକାଲ୍ ଅଫିସର ଓ ପାରା ମେଡିକାଲ ଷ୍ଟାଫ ନିଯୁକ୍ତ ହୋଇଛନ୍ତି।

Related Post