କଟକ: ୩ ଓ ୪ ତାରିଖ ଦୁଇ ଧରି ଚାଲିଥିବାଓସିଏ ଅନୁବନ୍ଧିତ ସଂସ୍ଥାକୁ ଟିକଟ ବିକ୍ରି ପ୍ରକ୍ରିୟା ଶେଷ ହୋଇଛି। ଏହି ଦୁଇ ଦିନରେ ଓସିଏ ସହିତ ୭୩ଟି ଅନୁବନ୍ଧିତ ସଂସ୍ଥା (୩୩ ଜିଲ୍ଲା ଆସୋସିଏସନ୍, ୨୦ ଅନୁବନ୍ଧିତ କ୍ଲବ୍, ୧୧ ସ୍କୁଲ୍, ୩ କଲେଜ ଓ ୨ଟି ବିଶ୍ବବିଦ୍ୟାଳୟ), ୬ଟି ସରକାରୀ ଅନୁଷ୍ଠାନ, ୨ ଜଣ ଆପେକ୍ସ କାଉନସିଲ୍ ମେମ୍ବରଙ୍କୁ ୧୧ ହଜାର ଟିକଟ ବିକ୍ରି କରାଯିବା ସହ ସେମାନଙ୍କ କୋଟା ମୁତାବକ କମ୍ପ୍ଲିମେଣ୍ଟାରି ପାସ୍ ଦିଆଯାଇଛି। ଗତକାଲି ସକାଳ ୧୦ଟାରୁ ଆରମ୍ଭ ହୋଇ ଗୁରୁବାର ସନ୍ଧ୍ୟା ୬ଟାରେ ଏହି ଟିକଟ ବିକ୍ରି ଶେଷ ହୋଇଥିଲା। ଆସନ୍ତାକାଲିଠାରୁ ଦୁଇ ଦିନ ଧରି କାଉଣ୍ଟର୍ରେ ଟିକଟ ବିକ୍ରି ହେବ। କମ୍ ମୂଲ୍ୟର ଗ୍ୟାଲେରି ଟିକଟ ପାଇଁ ୩ଟି କାଉଣ୍ଟର ହେବ। ଏହି କାଉଣ୍ଟରରୁ ଗୋଟିଏ ମହିଳା ଓ ୨ଟି ପୁରୁଷଙ୍କ ପାଇଁ ରହିବ। ଷ୍ଟାଡିୟମରେ ଥିବା ବକ୍ସଅଫିସରେ ଏହି ୩ଟି କାଉଣ୍ଟର୍ ହେବ। ସେହିପରି ହର୍ଷ ଗେଟ୍ ପାଖରେ ଅଧିକ ମୂଲ୍ୟର ଟିକଟ ପାଇଁ ଦୁଇଟି କାଉଣ୍ଟର୍ ହେବ। ଗୋଟିଏ ପୁରୁଷ ଓ ଗୋଟିଏ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ରହିବ।ସକାଳ ୯ଟାରୁ କାଉଣ୍ଟର୍ ଖୋଲିବ। ହେଲେ ସକାଳ ୬ଟାରୁ ସାଧାରଣ ଦର୍ଶକ ଧାଡ଼ି ବାନ୍ଧି ପାରିବେ ବୋଲି ଜଣାପଡ଼ିଛି। କାଉଣ୍ଟର୍ରେ ବିକ୍ରି ପାଇଁ ମୋଟ ୧୦ ହଜାର ଟିକଟ ରହିଛି। ୧ ନଂ ଓ ୩ ନଂ ଗ୍ୟାଲେରି ପାଇଁ ଟିକଟର ମୂଲ୍ୟ ୧୧୦୦ ଟଙ୍କା ରହିଥିବା ବେଳେ ୨ ନମ୍ବର ଓ ୪ ନମ୍ବର ଗ୍ୟାଲେରି ୯୦୦ ଟଙ୍କା, ୫ନମ୍ବର ଗ୍ୟାଲେରି ଟିକଟ ମୂଲ୍ୟ ୧୨୦୦ ଟଙ୍କା ରହିଛି। ସେହିପରି ୬ ନମ୍ବର ଗ୍ୟାଲେରି କେବଳ କମ୍ପ୍ଲିମେଣ୍ଟାରି ପାସ୍ ପାଇଁ ଉଦ୍ଦିଷ୍ଟ ରହିଛି। ଅନ୍ୟପଟେ ୭ ନମ୍ବର ପାଇଁ ୭୦୦ଟଙ୍କା, ସ୍ପେସାଲ ଏନ୍କ୍ଲୋଜର ୬ ହଜାର ଟଙ୍କା, ଏସି ବକ୍ସ ୮ ହଜାର ଟଙ୍କା, ନ୍ୟୁ ପ୍ୟାଭିଲିୟନ୍ ୧୦ ହଜାର ଟଙ୍କା ଓ କର୍ପୋରେଟ ବକ୍ସ ପାଇଁ ଟିକଟ ମୂଲ୍ୟ ୨୦ ହଜାର ଟଙ୍କା ରହିଛି। ଟିକଟ ବିକ୍ରି ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ ହେବାକୁ ଥିବା ବେଳେ କଟକ କମିସନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଖେଳାଳି, ଭିଆଇପି ଓ ଦର୍ଶକଙ୍କ ସୁରକ୍ଷା ତଥା ଟ୍ରାଫିକ୍ ବ୍ୟବସ୍ଥାକୁ ଶୃଙ୍ଖଳିତ ଭାବେ ପରିଚାଳନା କରିବାକୁ ଗୁରୁବାର ବାରବାଟୀ ଷ୍ଟାଡିୟମ୍ରେ ଡିସିପି ଖିଲାରୀ ଋଷିକେଶ ଦ୍ୟାନଦେଓ ନିୟୋଜିତ ହେବାକୁ ଥିବା ପୁଲିସ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ସୂଚନା ଅନୁଯାୟୀ, ଏଥର ବାରବାଟୀ ଷ୍ଟାଡିୟମ୍ର ସୁରକ୍ଷା ବ୍ୟବସ୍ଥାରେ ୯ ଜଣ ଅତିରିକ୍ତ ଏସ୍ପି, ୪୦ ଡିଏସ୍ପି, ୬୫ ଇନ୍ସ୍ପେକ୍ଟର, ୩୨୫ ଏସ୍ଆଇ, ୩୮ ହାବିଲଦାର/କନେଷ୍ଟବଳ, ୨୦୮ ଏପିଆର କନେଷ୍ଟବଳ, ୭୩ ମହିଳା କନେଷ୍ଟବଳ, ୧ ୟୁନିଟ୍ ଓଡ୍ରାଫ୍, ୨ ୟୁନିଟ ଏସ୍ଟିୟୁ ଏବଂ ୭୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବ। ବାରବାଟୀ ଷ୍ଟାଡିୟମ୍ ଓ ଟ୍ରାଫିକ୍ ବ୍ୟବସ୍ଥାର ସୁପରିଚାଳନାରେ ଏହି ସୁରକ୍ଷାକର୍ମୀ ମୁତୟନ ହେବେ। ଆସନ୍ତା ୭ ତାରିଖରେ ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ଭୁବନେଶ୍ୱରଠାରେ ପହଞ୍ଚିବେ। ୮ ତାରିଖରେ କଟକ ବାରବାଟୀ ଷ୍ଟାଡିୟମଠାରେ ଉଭୟ ଟିମ୍ ଅଭ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ୯ ତାରିଖରେ ମ୍ୟାଚ୍ ଅନୁଷ୍ଠିତ ହେବ।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
ଖେଳ
ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦: ଆଜିଠୁ କାଉଣ୍ଟର୍ରେ ଟିକଟ ବିକ୍ରି, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିବାକୁ ଡିଜିଙ୍କ ନିର୍ଦ୍ଦେଶ
- 05-12-25
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam