କଟକ: ବାରବାଟୀ ମ୍ୟାଚ୍ ପାଇଁ କଟକ ରେଳ ଷ୍ଟେସନ୍ରେ ସୁରକ୍ଷା ବ୍ୟବସ୍ଥାକୁ ବୃଦ୍ଧି କରାଯାଇଛି। ଟ୍ରେନ୍ ଯୋଗେ ପଡ଼ୋଶୀ ଜିଲ୍ଲା ତଥା ରାଜ୍ୟ ବାହାରୁ ଦର୍ଶକ ଆସିବାର ସମ୍ଭାବନା ଥିବାରୁ ଉଭୟ ଜିଆର୍ପି ଓ ଆରପିଏଫ୍ ପକ୍ଷରୁ ୩୦ ଜଣିଆ ସ୍ବତନ୍ତ୍ର ଟିମ୍ ପ୍ଲାଟ୍ଫର୍ମରେ ମୁତୟନ କରାଯାଇଛି। ଏହି ଟିମ୍ ସୋମବାର ରାତିରୁ ମୁତୟନ ହୋଇଛନ୍ତି। ଏହାବାଦ୍ ବରମୁଣ୍ଡା ବସ୍ଷ୍ଟାଣ୍ଡ ଓ କଟକ ରେଳ ଷ୍ଟେସନ୍ରୁ ‘ଆମ ବସ୍’ ସିଧାସଳଖ ବାରବାଟୀ ଷ୍ଟାଡିୟମ୍କୁ ଚଳାଚଳ କରିବ। ଏହି ବସ୍ ସେବା ଅପରାହ୍ଣ ୩ଟା ୩୦ ପରେ ଚାଲିବାକୁ ଥିବା ବେଳେ ବସ୍ ଭଡ଼ା ୪୦ ଟଙ୍କା ଓ ୨୦ ଟଙ୍କା ଧାର୍ଯ୍ୟ କରାଯାଇଛି। ଆସନ୍ତାକାଲି ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ହେବାକୁ ଯାଉଥିବା ବେଳେ କଟକ ଷ୍ଟେସନ୍ରେ ୧୧୦ଟି ଉଭୟ ଏକ୍ସପ୍ରେସ୍ ଓ ପାସେଞ୍ଜର ଟ୍ରେନ୍ ଚାଲିବାକୁ ଯାଉଛି। ଯେଉଁ ଟ୍ରେନ୍ଗୁଡ଼ିକ କଟକ ଷ୍ଟେସନ୍ରେ ଅଟକିବ ଯାତ୍ରୀ ଓହ୍ଲାଇବା ସମୟରେ ସେମାନଙ୍କୁ ଆରପିଏଫ୍ ଓ ଜିଆରପି ଟିମ୍ ସ୍ବାଗତ କରିବ।ଆରପିଏଫ୍ ପକ୍ଷରୁ ୨୦ ଜଣ ଓ ଜିଆର୍ପିର ୧୦ ପୁଲିସ କର୍ମଚାରୀଙ୍କୁ ଏଥିପାଇଁ ନିୟୋଜନ କରାଯାଇଛି। ଏମାନେ ଯାତ୍ରୀ ସୁରକ୍ଷା ସହିତ ଭିଡ଼ ନିୟନ୍ତ୍ରଣରେ ମଧ୍ୟ ନିୟୋଜିତ ହେବେ। ଗେଟ୍ ନମ୍ବର-୧ରେ ବ୍ୟାଗ୍ ସ୍କାନିଂ ମେସିନ୍ ଲଗାଯାଇଛି। ପ୍ରତ୍ୟେକ ଯାତ୍ରୀ ଆଣୁଥିବା ବ୍ୟାଗଗୁଡ଼ିକୁ ସ୍କାନିଂ କରାଯାଉଛି। ପ୍ଲାଟ୍ଫର୍ମରେ ମାଇକ୍ ଯୋଗେ ଚୋରି, ଛିନତାଇ ସମ୍ପର୍କରେ ଯାତ୍ରୀଙ୍କୁ ସତର୍କ କରାଯାଉଛି। ଆରପିଏଫର ଏକ ସହାୟତା ନମ୍ବର ଜାରି କରାଯାଇଛି। ପ୍ଲାଟ୍ଫର୍ମରେ ଏକ ଡିସପ୍ଲେ ମାଧ୍ୟମରେ ପୁଲିସ ସହାୟତା ନମ୍ବର ଯାତ୍ରୀଙ୍କ ଉଦ୍ଦେଶ୍ୟରେ ଜାରି କରାଯାଇଛି। କୌଣସି ଅଘଟଣ ଘଟିଲେ ତୁରନ୍ତ ଯାତ୍ରୀମାନେ ଆରପିଏଫ୍ର ସହଯୋଗ ନେଇପାରିବେ। ଅନ୍ୟପଟେ ଭୁବନେଶ୍ବର ଓ କଟକ ରେଳ ଷ୍ଟେସନରୁ ଆସୁଥିବା ଯାତ୍ରୀଙ୍କ ଯାତାୟତରେ ଯେଭଳି କୌଣସି ସମସ୍ୟା ନହୁଏ ସେଥିପାଇଁ ସିଧା ବାରବାଟୀ ଷ୍ଟାଡିୟମ୍ ଯାଏ ଆମ ବସ୍ ଚଳାଚଳ କରିବ। ମୋଟ ୨୦ଟି ‘ଆମ ବସ୍’ ଚଳାଚଳ କରିବ। ତେବେ ବରମୁଣ୍ଡା ବସ୍ଷ୍ଟାଣ୍ଡରୁ ବାରବାଟୀ ଷ୍ଟାଡିୟମ ଅପରାହ୍ନ ୩ଟା ୩୦ରେ ଛାଡ଼ିବ। ଏହି ନନ୍ ଏସି ବସ୍ ଯାତ୍ରୀ ପିଛା ୪୦ ଟଙ୍କା ଲେଖାଏଁ ଆଦାୟ କରିବ। ତେବେ ଏହି ବସ୍ ଜୟଦେବବିହାର ଛକ-କିଟ୍ ଛକ, ନନ୍ଦନକାନନ, ଜୁଡିସିଆଲ୍ ଏକାଡେମୀ, ସତୀଚଉରା ଦେଇ ଚଳାଚଳ କରିବ। ବାରବାଟୀ ଷ୍ଟାଡିୟମ୍ରୁ ବରମୁଣ୍ଡା ବସ୍ ଷ୍ଟାଣ୍ଡ ଯାଏ ସମାନ ରାସ୍ତାରେ ଅପରାହ୍ନ ୩ଟା ୩୦ରେ ବସ୍ ଯିବ। ଏହାର ଯାତ୍ରୀ ଭଡ଼ା ବି ସମାନ ରହିଛି। ସେହିଭଳି ଭୁବନେଶ୍ବର ରେଳ ଷ୍ଟେସନ୍ରୁ ବାରବାଟୀ ଷ୍ଟାଡିୟମ୍ ସେହି ସମୟରେ ଚାଲିବାକୁ ଥିବା ବସ୍ ବାଣୀବିହାର ସ୍କୋୟାର୍, ରସୁଲଗଡ଼, ନଖରା, ଲିଙ୍କରୋଡ, ସିଏନବିଟି, ଜୁଡିସିଆଲ୍ ଏକାଡେମି, ସତୀଚଉରା ଦେଇ ବାରବାଟୀରେ ପହଞ୍ଚିବ।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam