ଧରମ୍ଶାଲା: ଧରମ୍ଶାଲାରେ ବୋଲର୍ମାନେ ଭାରତକୁ ଧମାକାଦାର ବିଜୟ ଉପହାର ଦେଇଛନ୍ତି। ଶାଣିତ ବୋଲିଂ କରି ସେମାନେ ଦକ୍ଷିଣ ଆଫ୍ରିକାକୁ ମାତ୍ର ୧୧୭ ରନ୍ରେ ଅଟକାଇବା ପରେ ଦୁଇ ଯୁବ ଓପନର୍ ଅଭିଷେକ ଶର୍ମା ଓ ଶୁବମନ୍ ଗିଲ୍ ପ୍ରଥମ ୱିକେଟ୍ରେ ୬୦ ରନ୍ (୫.୨ ଓଭର) ଯୋଡ଼ି ଭାରତ ବିଜୟକୁ ସହଜ କରିଥିଲେ। ଉଭୟ ଫର୍ମକୁ ଫେରିବାର ସଙ୍କେତ ଦେବା ପରେ ଟିମ୍ ଇଣ୍ଡିଆ ୧୫.୫ ଓଭରରେ ମାତ୍ର ୩ ୱିକେଟ୍ ହରାଇ ୧୧୮ ରନ୍ର ଲକ୍ଷ୍ୟ ହାସଲ କରି ନେଇଥିଲା। ତିଳକ ବର୍ମା ଓ ଶିବ ଦୁବେ ବିଜୟ ମୁଣ୍ଡି ମାରିଥିଲେ ମଧ୍ୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ସଂଘର୍ଷ ପୂର୍ବବତ୍ ଜାରି ରହିଥିଲା। ବିଜୟ ସହ ଭାରତ ୫ ମ୍ୟାଚ୍ ବିଶିଷ୍ଟ ଶୃଙ୍ଖଳାରେ ୨-୧ରେ ଆଗୁଆ ହୋଇଛି। ଲକ୍ଷ୍ନୌରେ ବୁଧବାର ଚତୁର୍ଥ ଟ୍ବେଣ୍ଟି-୨୦ ଖେଳାଯିବ।
ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍ ଜିତି ଦକ୍ଷିଣ ଆଫ୍ରିକାକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିବା ପରଠାରୁ ହିଁ ଭାରତୀୟ ବୋଲର ନିଜ ଯାଦୁ ଦେଖାଇଥିଲେ। ଦୁଇ ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂହ ଓ ହର୍ଷିତ ରାଣା ନିଜ ସିମ୍ ଓ ସୁଇଂରେ ପ୍ରତିପକ୍ଷ ବ୍ୟାଟର୍ଙ୍କୁ ପୂରା ଘାଇଲା କରିଥିଲେ। ପ୍ରଥମ ସ୍ପେଲ୍ରେ ପ୍ରତିପକ୍ଷ ଦଳର ଶୀର୍ଷ ୪ ବ୍ୟାଟର୍ଙ୍କୁ ୩୦ ରନ୍ ଭିତରେ ପ୍ୟାଭିଲିୟନ ଫେରାଇ ଦେଇଥିଲେ। ଫଳରେ ଦକ୍ଷିଣ ଆଫ୍ରିକାର ମେରୁଦଣ୍ଡ ପ୍ରଥମ ୭ ଓଭର ଭିତରେ ହିଁ ଭାଙ୍ଗି ଯାଇଥିଲା। ଐଦେନ ମାର୍କରାମଙ୍କ ଲଢ଼ୁଆ ଅର୍ଦ୍ଧଶତକ ସତ୍ତ୍ବେ ୧୦ ଓଭର ଭିତରେ ଅଧା ଦଳକୁ ହରାଇବାର ଝଟ୍କାରୁ ବାହାରିବାର କୌଣସି ସୁଯୋଗ ଦକ୍ଷିଣ ଆଫ୍ରିକା ସୃଷ୍ଟି କରିପାରିନଥିଲା। ଅଲ୍ରାଉଣ୍ଡର୍ ହାର୍ଦିକ ପାଣ୍ଡ୍ୟାଙ୍କ ସହ ଦୁଇ ସ୍ପିନର୍ ବରୁଣ ଚକ୍ରବର୍ତ୍ତୀ ଓ କୁଲଦୀପ ଯାଦବ ଚମତ୍କାର ଢଙ୍ଗରେ ଦକ୍ଷିଣ ଆଫ୍ରିକା ବ୍ୟାଟର୍ଙ୍କୁ ବାନ୍ଧି ରଖିଥିଲେ। କୁଲଦୀପ ବିଳମ୍ବରେ ଦୁଇଟି ୱିକେଟ୍ କରାୟତ୍ତ କରିଥିଲେ। ପାଣ୍ଡ୍ୟା କିନ୍ତୁ ବିପଜ୍ଜନକ ତ୍ରିଷ୍ଟନ ଷ୍ଟବ୍ସଙ୍କୁ ଆଉଟ୍ କରି ଟ୍ବେଣ୍ଟି-୨୦ରେ ୧,୦୦୦ ରନ୍ ଏବଂ ୧୦୦ ୱିକେଟ୍ ନେବାର ମାଇଲ୍ଖୁଣ୍ଟ ଛୁଇଁଥିଲେ। ବରୁଣ ବି ଡୋନୋଭାନ ଫେରେରା ଓ ମାର୍କୋ ୟାନ୍ସେନଙ୍କୁ ବୋଲ୍ଡ କରି ନିଜ ବିସ୍ମୟ ବୋଲର ଉପାଧିର ଯଥାର୍ଥ ସମ୍ମାନ ରଖିଥିଲେ।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam