ଭୁବନେଶ୍ବର: ଓଡ଼ିଶାର ଜଣାଶୁଣା ସିନେ ପ୍ରଯୋଜକ,ବିତରକ ତଥା ବିଶିଷ୍ଟ ବ୍ୟବସାୟୀ ରବୀନ୍ଦ୍ର ମୋହନ ସାହୁ ଆଉ ନାହାନ୍ତି। ସେ ଆଜି ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ଚିକିତ୍ସାଧୀନ ଥିଲେ। ତାଙ୍କର ଧର୍ମପତ୍ନୀ, ୫ ପୁଅ ଓ ଜଣେ ଝିଅ ଅଛନ୍ତି। ପ୍ରଯୋଜକ ରବୀନ୍ଦ୍ର ମୋହନ ସାହୁଙ୍କ ପ୍ରଯୋଜିତ ପ୍ରଥମ ଓଡ଼ିଆ ଛବି ଥିଲା ‘ଏଇ ତ ଦୁନିଆଁ’। ଶ୍ରୀବଳଦେବଜୀଉ ପ୍ରଡକସନ୍ ବ୍ୟାନରରେ ୧୯୮୭ରେ ମୁକ୍ତିଲାଭ କରିଥିବା ଏହି ସିନେମାର ନିର୍ଦ୍ଦେଶନା ଦାୟିତ୍ବ ବହନ କରିଥିଲେ ମହମ୍ମଦ ମହସୀନ୍। ଏଥିରେ ବିଜୟ ମହାନ୍ତି, ଉତ୍ତମ ମହାନ୍ତି, ଅଜିତ ଦାସ, ମିହିର ଦାସ,ମହମ୍ମଦ ମହସୀନ୍, ଅନୀତା ଦାସ, ଅପରାଜିତା, ଜୟୀ, ଦେବୁ ବୋଷ ଓ ନରି ପ୍ରମୁଖ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ଡାକ୍ତର ସୁବୋଧ ପଟ୍ଟନାୟକ ଏହାର ସଂଳାପ ରଚନା କରିଥିବା ବେଳେ ଚିରସବୁଜ ଅକ୍ଷୟ ମହାନ୍ତି ଥିଲେ ଏହାର ସଂଗୀତ ନିର୍ଦ୍ଦେଶକ। ଏହା ସୁପରହିଟ୍ ହେବା ପରେ ରବୀନ୍ଦ୍ର ମୋହନ ସାହୁ କ୍ରମାଗତ ଭାବେ ଓଡ଼ିଆ ସିନେମା ନିର୍ମାଣରେ ମନୋନିବେଶ କରିଥିଲେ।ଏହାପରେ ରବୀନ୍ଦ୍ର ମୋହନ ସାହୁ ‘ବସ୍ତ୍ରହରଣ, ବୋହୂ ହେବ ଏମିତି, ପାଚେରି ଉଠିଲା ମଝି ଦୁଆରୁ, ନାଗପଞ୍ଚମୀ, ମଣି ନାଗେଶ୍ବରୀ, ଶାଶୁ ହାତକଡ଼ି ଭାଉଜ ବେଡ଼ି, କୁଳନନ୍ଦନ, ରସିକନାଗର ଓ ‘ଆଲୋ ମୋର କଣ୍ଢେଇ’ ଆଦି ଓଡ଼ିଆ ଛବି ଦର୍ଶକଙ୍କୁ ଭେଟି ଦେଇଥିଲେ। ସେ ଜଣେ ଅଭିନେତା, କାହାଣୀକାର ଓ ଗୀତିକାର ମଧ୍ୟ।ଅଶୀ ଦଶକରେ ରବୀନ୍ଦ୍ର ମୋହନ ସାହୁ ଭାରତୀୟ ଜନତା ପାର୍ଟି(ବିଜେପି)ରେ ଯୋଗ ଦେଇ ଥରେ କେନ୍ଦ୍ରାପଡ଼ା ପୌରପାଳିକାର କାଉନସିଲର୍ ଭାବେ ନିର୍ବାଚିତ ହୋଇଥିଲେ। ଏହାଛଡ଼ା ସେ ଥରେ କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜେପି ପ୍ରାର୍ଥୀ ଭାବେ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଥିଲେ। ଏହା ଅବଶ୍ୟ ଭିନ୍ନ କଥା ଯେ ସେଥିରେ ତାଙ୍କୁ ସଫଳତା ମିଳିନଥିଲା। ଏହାଛଡ଼ା ସେ କେନ୍ଦ୍ରାପଡ଼ା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ସଭାପତି ମଧ୍ୟ ଥିଲେ।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam