ନୂଆଦିଲ୍ଲୀ: ଲୋକସଭାରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭାଷଣ ସ୍ଥଗିତ ରହିବା ପରେ ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଭାଷଣ ବିନା ଧନ୍ୟବାଦ ପ୍ରସ୍ତାବ ପାରିତ କରିଦିଆଯାଇଛି। ୨୦୦୪ ପରେ ପ୍ରଥମ ଥର ଏପରି ହୋଇଛି। ୨୦୦୪ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ହଟ୍ଟଗୋଳ ଯୋଗୁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଜାରି ବିତର୍କରେ ଅଂଶଗ୍ରହଣ କରିପାରିନଥିଲେ। ପ୍ରଧାନମନ୍ତ୍ରୀଙ୍କ ଭାଷଣ ବିନା ଧନ୍ୟବାଦ ପ୍ରସ୍ତାବ ପାରିତ ହୋଇଥିଲା। ଆଜି ରାଜ୍ୟସଭାରେ ଜୋରଦାର ହଙ୍ଗାମା ଦେଖିବାକୁ ମିଳିଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ବିରୋଧୀ ଦଳ ନେତା ତଥା କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କ ପ୍ରତି ଦେଇଥିବା ଅବୋଧ ବାଳକ ମନ୍ତବ୍ୟକୁ ନେଇ ରାଜ୍ୟସଭାରେ ଗୃହର ନେତା ନଡ୍ଡା ଓ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡ଼ଗେଙ୍କ ମଧ୍ୟରେ ତୀବ୍ର ବିତର୍କ ଲାଗି ରହିଥିଲା। ଖଡ଼ଗେ ରାଜ୍ୟସଭାରେ ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଦିନକ ପୂର୍ବରୁ ଲୋକସଭାରେ ହୋଇଥିବା ଘଟଣାକୁ ଉଠାଇ କହିଥିଲେ, ବିରୋଧୀ ଦଳ ନେତାଙ୍କୁ କହିବାକୁ ଦିଆଯାଉନି। ନଡ୍ଡା ଏହା ଉପରେ ଆପତ୍ତି ଉଠାଇ ଅନ୍ୟ ସଦନ କଥା ଏଠାରେ କହିପାରିବେ ନାହିଁ ବୋଲି କହିଥିଲେ। ନଡ୍ଡା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରି ଖଡ଼ଗେଙ୍କୁ ପରାମର୍ଶ ଦେଇ କହିଥିଲେ, ନିଜ ଦଳକୁ ଅବୋଧ ବାଳକ ହାତରେ ଚଳାଇବାକୁ ନଦେଇ ନିଜେ ସ୍ବାଧୀନ ଭାବେ ଗଣତାନ୍ତ୍ରିକ ଉପାୟରେ ଦଳକୁ ପରିଚାଳନା କରନ୍ତୁ। ପ୍ରଧାନମନ୍ତ୍ରୀ ଜବାବ ରଖିବାକୁ ପ୍ରସ୍ତୁତ ଥିଲେ, କିନ୍ତୁ ଆପଣ ଗୃହ ଚାଲିବାକୁ ଦେଇନଥିଲେ। ଖଡ଼ଗେ ପ୍ରତିବାଦ କରି କହିଥିଲେ ସରକାର ବିତର୍କକୁ ଦମନ କରିବାକୁ ଚାହୁଛନ୍ତି ଓ ବିରୋଧୀଙ୍କ ସ୍ବର ଲୋକସଭାରେ ଚାପି ଦେବାକୁ ଚାହୁଛନ୍ତି। ଖଡ଼ଗେ କହିଥିଲେ, ସଂସଦ ଉଭୟ ଗୃହକୁ ନେଇ ଗଠିତ, କାହିଁକି ଗୃହରେ ଜାତୀୟ ପ୍ରସଙ୍ଗ ସ୍ବାଧୀନ ଭାବେ ଉଠାଇ ହେବନାହିଁ ବୋଲି ପ୍ରଶ୍ନ କରିଥିଲେ। ତୁମେମାନେ କେମିତି ଏହିପରି ଭାବେ ଗୃହକୁ ଚଳାଇ ପାରିବ ବୋଲି ଖଡ଼ଗେ ପ୍ରଶ୍ନ କରିଥିଲେ। ସଂସଦୀୟ ବ୍ୟାପାର ମନ୍ତ୍ରୀ କିରନ ରିଜିଜୁ କହିଥିଲେ, ରାହୁଲ ଗାନ୍ଧୀଙ୍କୁ କହିବାକୁ ପୂରା ସୁଯୋଗ ଦିଆଯାଇଛି। ଗୃହ ନିୟମ ଦ୍ବାରା ଚାଲିବ କିନ୍ତୁ ସେ ନିୟମ ମାନୁନାହାନ୍ତି। ଅର୍ଥମନ୍ତ୍ରୀ ଖଡ଼ଗେଙ୍କ ‘ହତ୍ୟା’ ମନ୍ତବ୍ୟକୁ ସଂସଦର କାର୍ଯ୍ୟଧାରାରୁ ହଟେଇବାକୁ ଦାବି କରିଥିଲେ। ସେ କେରଳରେ ଶିକ୍ଷକଙ୍କ ହାତ କାଟି ଦିଆଯିବା ପରି ପୁରୁଣା ପ୍ରସଙ୍ଗ ଉଠାଇ ତତ୍କାଳୀନ କଂଗ୍ରେସ ସରକାର କ’ଣ ପଦକ୍ଷେପ ନେଇଥିଲେ ବୋଲି ପ୍ରଶ୍ନ କରିଥିଲେ। ଗୋଟିଏ ସମୟରେ ଖଡଗେଙ୍କ ଦ୍ୱାରା ଦିଆଯାଇଥିବା ମନ୍ତବ୍ୟକୁ ଅଧ୍ୟକ୍ଷଙ୍କ ଦ୍ୱାରା ସରକାରୀ ରେକର୍ଡରୁ ବାହାର କରିଦିଆଯାଇଥିଲା। ହଟ୍ଟଗୋଳ ବଢ଼ିବାରୁ କଂଗ୍ରେସ ସଦସ୍ୟ ରାଜ୍ୟସଭାରୁ ଚାଲି ଯାଇଥିଲେ। ସୋମବାର ରାହୁଲ ଗାନ୍ଧୀଙ୍କୁ ପୂର୍ବତନ ସେନା ମୁଖ୍ୟ ଜେନେରାଲ ଏମ୍ଏମ୍ ନରବଣେଙ୍କ ଅପ୍ରକାଶିତ ଆତ୍ମଜୀବନୀରୁ କିଛି ଅଂଶ ପଢ଼ିବାକୁ ନଦେବାକୁ ନେଇ ଲୋକସଭାରେ ପ୍ରବଳ ହଟ୍ଟଗୋଳ ହୋଇଥିଲା।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
ରାଜନୀତି
ପ୍ରଧାନମନ୍ତ୍ରୀଙ୍କ ଭାଷଣ ବିନା ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ପାରିତ
- 06-02-26
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam