ଟାଙ୍ଗୀ: ଟାଙ୍ଗୀ-ଚୌଦ୍ବାର ବ୍ଲକ୍ କାର୍ଯ୍ୟାଳୟରେ ଅନୁଷ୍ଠିତ ପଞ୍ଚାୟତ ସମିତି ବୈଠକକୁ ନୂତନ ଭାବେ ଚୟନ କରାଯାଇଥିବା ‘ଆତ୍ମା’ ଅଧ୍ୟକ୍ଷଙ୍କୁ ଡକାନଯିବା ଘଟଣାରେ ହାଙ୍ଗାମା କରିଛନ୍ତି ବିଜେପି ନେତା। ଆଠଗଡ଼ର ବିଜେପି ନେତା ଅଭୟ ବାରିକ ଓ ଟାଙ୍ଗୀ-ସାଲେପୁରର ବିଜେପି ନେତା ଅରିନ୍ଦମ ରାୟ ଆଜି ସେମାନଙ୍କର ସମର୍ଥକଙ୍କ ସହିତ ଟାଙ୍ଗୀ ବ୍ଲକ୍ କାର୍ଯ୍ୟାଳୟରେ ପହଞ୍ଚି ପାଟିତୁଣ୍ଡ କରିବା ସହିତ ଅଧିକାରୀମାନଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ବିଡିଓ ଏନ୍.ଏନ୍.ରାଜଲକ୍ଷ୍ମୀଙ୍କ ଅନୁପସ୍ଥିତିରେ ଏବିଡିଓ ଶାଶ୍ବତ ଜେନା ବିଜେପି ନେତାଙ୍କୁ ସାମନା କରିବା ସମୟରେ ସେମାନେ ତାଙ୍କୁ ଦୁର୍ବ୍ୟବହାର କରିଥିଲେ। ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ ବର୍ଷାରାଣୀ ବେହେରାଙ୍କୁ ବିଜେପି ନେତା ଅଭୟ ବାରିକ ସମସ୍ତଙ୍କ ଉପସ୍ଥିତିରେ ଅଜ୍ଞାନୀ କହିବା ସହ ତାଙ୍କୁ ଭର୍ତ୍ସନା କରିଥିଲେ।ଅନ୍ୟପକ୍ଷରେ ସାଲେପୁର ବିଜେପି ନେତା ଶ୍ରୀ ରାୟ ଏବିଡିଓ ଶ୍ରୀ ଜେନାଙ୍କୁ ଆଙ୍ଗୁଠି ଦେଖାଇ ଗାଳିଗୁଲଜ କରିବା ସହ ଦୁର୍ବ୍ୟବହାର କରିବାରୁ ଉପସ୍ଥିତ ଚୌଦ୍ବାର ଏସ୍ଡିପିଓ ଉମାକାନ୍ତ ନାୟକ ତାହାକୁ ବିରୋଧ କରିଥିଲେ। କିନ୍ତୁ ଶ୍ରୀ ରାୟ ତାଙ୍କୁ ମଧ୍ୟ ଚୁପ୍ ହୋଇ ବସିବା ପାଇଁ କହିଥିଲେ। ସେହି ସମୟରେ ଚୌଦ୍ବାର ଏସ୍ଡିପିଓ ଶ୍ରୀ ନାୟକଙ୍କ ସହ ଟାଙ୍ଗୀ ଥାନା ଭାରପ୍ରାପ୍ତ ଅଧିକାରୀ ବିକାଶ ସେଠୀ ଓ ବହୁ ମହିଳା ପୁଲିସ ଉପସ୍ଥିତ ଥିଲେ। ନେତା ଏଭଳି ବ୍ୟବହାର କରିବା ବେଳେ ପଛପଟୁ ଥାଇ ସେମାନଙ୍କର ସମର୍ଥକମାନେ ଅଧିକାରୀଙ୍କୁ ଗାଳିଗୁଲଜ ସହ ‘ମାର’ ବୋଲି କହିବା ଘଟଣାର ଭିଡିଓ ଏବେ ଭାଇରାଲ୍ ହେଉଛି। ଏହି ଘଟଣାକୁ ନେଇ ଆଜି ଏବିଡିଓଙ୍କ ସହ କିଛି ଅଧିକାରୀ ଜିଲ୍ଲାପାଳ ଓ ପିଡିଙ୍କ ନିକଟରେ ଅଭିଯୋଗ କରିବା ସହ ବ୍ଲକ୍ କାର୍ଯ୍ୟାଳୟରେ କାର୍ଯ୍ୟ କରିବା ପାଇଁ ସେମାନେ ଅସୁରକ୍ଷିତ ମନେ କରୁଥିବା କହିଛନ୍ତି।
Breaking News
- ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା: କେନ୍ଦ୍ରାପଡ଼ା: ନିଲମ୍ବିତ ଆଇଆଇସି ସଂଧ୍ୟାରାଣୀ ଜେନାଙ୍କ ନାଁରେ ରୁଜୁ ହେଲା ମାମଲା। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ତାଳଚୁଆ ସାମୁଦ୍ରିକ ଥାନାରେ ମାମଲା ରୁଜୁ କରିଛି ପୁଲିସ୍।
- ପାରାଦୀପ ଅବକାରୀ ଇନ୍ସପେକ୍ଟର ନିଲମ୍ବିତ: ମହଙ୍ଗା ପଡ଼ିଲା ଡ୍ୟୁଟିରେ ଅବହେଳା: କାହାକୁ ନ ଜଣାଇ ଅନୁପସ୍ଥିତ ରହିବା, ଡ୍ୟୁଟିରେ ଅବହେଳା କରିବା ଘଟଣାକୁ ନେଇ ପାରାଦୀପ ଅବକାରୀ ଇନ୍ସେପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ମହଙ୍ଗା ପଡ଼ିଛି। ଜିଲ୍ଲାପାଳଙ୍କ ସୁପାରିଶ ଆଧାରରେ ଅବକାରୀ କମିସନର ଇନ୍ସପେକ୍ଟର ବନ୍ଦନା ପଟ୍ଟନାୟକଙ୍କୁ ଚାକିରିରୁ ନିଲମ୍ବିତ କରିଛନ୍ତି।
- ମହାନଦୀ ସେତୁରୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ: ସୋନପୁର-ସମ୍ବଲପୁର ରାସ୍ତାର ମହାନଦୀ ସେତୁରୁ ଜଣେ ମହିଳା ନଦୀ ଗର୍ଭକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସୌଭାଗ୍ୟ ବଶତଃ ପାଣିରେ ପଡ଼ିଥିଲେ।
- ହିମାଚଳ ପ୍ରଦେଶରେ ୫୦୦ ମିଟର ଗଭୀର ଖାଇକୁ ଖସିଲା ପର୍ଯ୍ୟଟକ ଗାଡ଼ି, ୮ ମୃତ: ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି।
- ଗାଡ଼ି ଧକ୍କାରେ ଜଣେ ମୃତ, ୧ ଗୁରୁତର: ସୁନ୍ଦରଗଡ଼: ହେମଗିର ଥାନା ଟପରିଆ ନିକଟରେ ମଙ୍ଗଳବାର ବିଳମ୍ଵିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ଯୁ ହୋଇଯାଇଛି। ମୃତକ ହେଲେ ହିମାଂଶୁ ବାରିକ। ସେ ହେମଗିର ବ୍ଲକ୍ ବିଜେପି ନେତା ତଥା ଋଷିଗୁମ୍ଫା ଉନ୍ନୟନ ସମିତି ସଭାପତି ମାଧବ ବାରିକଙ୍କ ସାନ ପୁଅ। ହିମାଂଶୁ ଟ୍ରକ ପରିବହନ ସମ୍ପର୍କରେ ବୁଝି ରାତିରେ ଜଣେ ସାଙ୍ଗ ସହ ବୁଲେଟରେ ଘୋଘରପାଲି ଘରକୁ ଫେରୁଥିଲେ। ଟପରିଆ ନିକଟରେ ଦୁର୍ଘଟଣା ହୋଇଥିଲା। ଧକ୍କା ଏତେ ଜୋର୍ ଥିଲା ଯେ ବୁଲେଟ ଖଣ୍ଡବିଖଣ୍ଡ ହୋଇ ଯାଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଦୁହିଁଙ୍କୁ ଉଦ୍ଧାର କରି ହେମଗିର ଡାକ୍ତରଖାନା ନେଇଥି
- ଓଡ଼ିଶା ଜିମ୍ନାଷ୍ଟ ପ୍ରୀତିଙ୍କ ବିରଳ ସଫଳତା : ଭୁବନେଶ୍ବର: ଓଡ଼ିଶା ଜିମ୍ନାଷ୍ଟ ପ୍ରୀତି ଝଙ୍କାର ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଭାରତୀୟ ମହିଳା ଭାବେ ସେ ବିଶ୍ବ ଜିମ୍ନାଷ୍ଟିକ୍ସ ସ୍କଲାର୍ସିପ୍ ହାସଲ କରିଛନ୍ତି। ଏହି ସ୍କଲ୍ରସିପ୍ ଲାଗି ବିଶ୍ବର ୨୦ ଦେଶର ଜିମ୍ନାଷ୍ଟଙ୍କ ମଧ୍ୟରୁ ମାତ୍ର ୧୨ ଜଣଙ୍କୁ ଚୟନ କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ପ୍ରୀତି ରହିଛନ୍ତି। ଏହି ସଫଳତା ପାଇଁ ଓଡ଼ିଶାର କ୍ରୀଡ଼ା ବିଭାଗ ପକ୍ଷରୁ ପ୍ରୀତିଙ୍କୁ ଅଭିନନ୍ଦନ ଜଣାଇବା ସହ ବିଶ୍ବ ମଞ୍ଚରେ ଏହା ତାଙ୍କର ଅତୁଳନୀୟ ପ୍ରତିଭାକୁ ଦର୍ଶାଉଛି ବୋଲି କୁହାଯାଇଛି। ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ କ୍ରୀଡ଼ା ବିଭାଗ ଲେଖିଛ
- ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଭୁବନେଶ୍ବର: ମଞ୍ଚେଶ୍ୱର ରଙ୍ଗମାଟିଆରେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର। ଘଟଣାସ୍ଥଳରେ ମଞ୍ଚେଶ୍ୱର ପୁଲିସ। କାରଣ ଅସ୍ପଷ୍ଟ।
- ବାଙ୍ଗଲାଦେଶୀ ନୁହନ୍ତି ଭାରତୀୟ: ଭୋଟ ଦେବା ଅଧିକାର ନାହିଁ, ସରକାରୀ ସହାୟତା ବି ନାହିଁ: ରାଜ୍ୟରେ ଚାଲିଛି ଡବଲ ଇଂଜିନ ସରକାର। ସରକାରଙ୍କ ପକ୍ଷରୁ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ଘର ଯୋଗାଇବା ସହିତ କାହାରିକୁ ଅନାହାରରେ ରହିବାକୁ ନଦେବାକୁ ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି।
- ଉତ୍ତର ପ୍ରଦେଶ: ଭୟଙ୍କର ଝଡ଼ ଯୋଗୁ ଭାଙ୍ଗିଗଲା ନିର୍ମାଣାଧୀନ ପୋଲ , ୬ ଶ୍ରମିକଙ୍କ ମୃତ୍ୟୁ:ଉତ୍ତର ପ୍ରଦେଶରେ ବିଳମ୍ବିତ ରାତିରେ ଭୟଙ୍କର ଝଡ଼ ଆସି ବେତୱା ନଦୀ ଉପରେ ନିର୍ମାଣ ହେଉଥିବା ସେତୁଟି ଭାଙ୍ଗି ପଡ଼ିବା ଯୋଗୁ ୬ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପରିବାର ପ୍ରତି ସମ୍ବେଦନା ପ୍ରକାଶ କରିଛନ୍ତି।
- dsfkds hfkjhsdkjfds
ରାଜନୀତି
ବ୍ଲକ୍ କାର୍ଯ୍ୟାଳୟରେ ବିଜେପି ନେତାଙ୍କ ପାଟିତୁଣ୍ଡ: ମହିଳା ଅଧିକାରୀ, ଏବିଡିଓଙ୍କୁ ଦୁର୍ବ୍ୟବହାର
- 16-05-26
Related Post
Stay Connected
ନିଉଜ ଆଲର୍ଟ
Subscribe To Our Newsletter
No spam, notifications only about news updates.
Don’t worry, we don’t spam