Breaking News
ରାଜ୍ୟ

ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କଲେ ଦେବାଶିଷ ସାମନ୍ତରାୟ

ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ପ୍ରାର୍ଥୀପତ୍ର ଦାଖଲ କଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର: ଆଜି ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିଜେପି ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ। ଆଜି ସେ ୩ ସେଟର ନାମାଙ୍କନ ଦାଖଲ କରିଛନ୍ତି। ଏହି ସମୟରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିହଦେଓ, ମନ୍ତ୍ରୀ ସୁରେଶ ପୂଜାରୀ, ଡକ୍ଟର ମୁକେଶ ମହାଲିଙ୍ଗ, କୃଷ୍ଣଚନ୍ଦ୍ର ପାତ୍ର, ସୂର୍ଯ୍ୟବଂଶୀ ସୂରଜ, ବିଧାୟକ ଆକାଶ ଦାସନାୟକ,ଲକ୍ଷ୍ମଣ ବାଗ, ଡକ୍ଟର ଦୁର୍ଗାପ୍ରସନ୍ନ ସାହୁ, ଆଶ୍ରିତ ପଟ୍ଟନାୟକ ଓ ସରୋଜ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ| ଏହାପୂର୍ବରୁ ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ନେତାମାନଙ୍କୁ ଭେଟିଥି‌ଲେ। ଏହି ଅବସରରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଦେବାଶିଷ ମିଶିବା ପରେ ବିଜେପିର ଶକ୍ତ ବଢ଼ିଛି। ଅନ୍ୟ କେତେକ ନେତା ବି ଦଳରେ ମିଶିବେ।

Related Post